ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଚିତ୍ରାଙ୍କନ ପ୍ରତିଯୋଗିତା

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଆଜି ସ୍ଥାନୀୟ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଦୁଇଟି ବିଭାଗ ଯଥା ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ମୋଟ ୪୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଶିଶୁ ସୁରକ୍ଷା ଅଧିକାର,ଶିଶୁ ଶିକ୍ଷା ଅଧିକାର,ଶିଶୁ ଉପରେ ବୈଷୟିକ ଜ୍ଞାନର ପ୍ରଭାବ, ବାଲ୍ୟ ବିବାହ,ଶିଶୁ ଶ୍ରମିକ ବିରୋଧରେ ସମାଜ, ଶିଶୁଙ୍କ ଉପରେ ସୋସିଆଲ ମିଡ଼ିଆର କୁପ୍ରଭାବ ତଥା ଶିଶୁ ଚୋରା ଚାଲାଣ ଆଦି ବିଷୟ ସଂପର୍କରେ ଏହି ଚିତାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଧନେଶ୍ୱର ସେଠିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଚିତ୍ରାଙ୍କନ ପ୍ରତିଯୋଗିତାକୁ ଶିକ୍ଷକ ସରୋଜ କୁମାର ବେହେରା, ଭାସ୍କର ଚନ୍ଦ୍ର ଦାଶ, ବୀରେନ୍ଦ୍ର କୁମାର ସ୍ୱାଇଁ ଏବଂ ଲାଲ ମୋହନ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ। ଏଥିରୁ ମନୋନୀତ ୨୫ଜଣ ପ୍ରତିଯୋଗୀ ଆସନ୍ତା ୨୩ ତାରିଖ ରବିବାର ଦିନ  ଜିଲ୍ଲା କୋର୍ଟ ପରିସରରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ଜଣା ପଡିଛି।

ଅଧିକ ପଢନ୍ତୁ

Odisha Darpan Digital