ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି।କିନ୍ତୁ ଏଥର ରାଷ୍ଟ୍ରପତି ଭବନରେ ହେବାକୁ ଥିବା ସିଜେଆଇଙ୍କ ଶପଥ ଗ୍ରହଣ ସମାରୋହ ଭିନ୍ନ ହେବ । ଏଥିରେ ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହେବେ । ଭୁଟାନ, କେନିଆ, ମାଲେସିଆ, ମରିସସ୍, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ନୂଆ ସିଜେଆଇ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
