୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, ଓଡ଼ିଶା ଉପରେ…

୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଓଡ଼ିଶା ଉପରେ ପ୍ରଭାବ ନେଇ ହୋଇନି ସ୍ପଷ୍ଟ । ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ ହେଉଥିବା ବେଳେ ମାଲେସିଆ ଓ ସଂଲଗ୍ନ ମାଲାକ୍ସ ପ୍ରଣାଳୀ ଉପରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଇଏମ୍ଡି ଆକଳନ ଅନୁସାରେ, ୨୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନସାଗର ଉପରେ ବାତ୍ୟା ସୃଷ୍ଟି ହେବ । ୨୮ ତାରିଖ ଯାଏ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ କରିଛି । କିନ୍ତୁ ଓଡ଼ିଶାକୁ କୌଣସି ବର୍ଷା ସତର୍କତା ଦିଆଯାଇନି । ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପରେ କୌଣସି ପ୍ରଭାବ ପକାଇବନି ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

ଅଧିକ ପଢନ୍ତୁ