ରାଜ୍ୟକୁ ପୁଣି ଫେରିଲା ଶୀତ!

ରାଜ୍ୟକୁ ପୁଣି ଥରେ ଶୀତ ଆରମ୍ଭ ହୋଇଯାଇଛି । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଖସିବା ସହ ଥଣ୍ଡା ବଢ଼ିଯିବ । ଶୀତକୁ ନେଇ ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଜି ଉଦୟଗିରି ରେ ସର୍ବନିମ୍ନ ତାପମାତ୍ରା ପାରଦ ୮.୬ ଡିଗ୍ରି କୁ ଖସିଛି । ଥଣ୍ଡାର ମଜା ନେବାକୁ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ପ୍ରାକୃତିକ ପର୍ଯ୍ୟଟନ ସ୍ଥଳରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଗୁରୁବାର ଓ ଶୁକ୍ରବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀରୁ ତଳେ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଅଧିକ ପଢନ୍ତୁ