ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ପରେ ଏହାକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ଭାରତୀୟ ଜାତୀୟ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ, ସିପିଆଇ ଦଳର ନେତା । ପରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା । ଶୋକ ପ୍ରସ୍ତାବ ଆଗତ ପରେ ବାଚସ୍ପତି ସୁରମା ପାଢୀ ଅପରାହ୍ଣ ୪ଟା ୩୦ ଯାଏଁ ଗୃହକୁ ମୁଲତବି କରିଛନ୍ତି । ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ। ଆସନ୍ତା ୨୮ ତାରିଖ ଦିନ ପ୍ରଥମ ସପ୍ଲିମେଂଟାରୀ ବଜେଟ ଉପସ୍ଥାପନ ହେବ।
