କିଛିଦିନ ତଳେ କଟକରେ ଏକ ପୁରୁଣା କୋଠା ଭାଙ୍ଗି କିଛି ଲୋକଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଥିଲା । ଏନେଇ ଏବେ ବିଭାଗୀୟମନ୍ତ୍ରୀ ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି । ବିପଦସଙ୍କୁଳ କୋଠା ଚିହ୍ନଟ ପାଇଁ ବିଶେଷ କମିଟି ଗଠନ କରାଯାଇଛି । କମିଟିର ସଦସ୍ୟମାନେ ସମସ୍ତ ୱାର୍ଡରେ ସର୍ଭେ କାର୍ଯ୍ୟ ଚଳାଉଛନ୍ତି । ସର୍ଭେ କାମ ସରିଲେ ଚିହ୍ନଟ କୋଠା ମାନଙ୍କୁ ନୋଟିସ ହେବ । ନିୟମାନୁସାରେ ଭାଙ୍ଗିବା ପାଇଁ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ । ତେବେ କଟକରେ ରହିଛି ମାଳମାଳ ଅସୁରକ୍ଷିତ ବିଲ୍ଡିଂ । ସହରରେ ୨୨୧ଟି ବିପଦସଙ୍କୁଳ କୋଠା ଥିବା ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲା ପ୍ରଶାସନ । ଏସବୁ ବିଲ୍ଡିଂ ୮ଟି ସରକାରୀ ସଂସ୍ଥା ଏବଂ ୨ ଜଣ ବ୍ୟକ୍ତି ବିଶେଷଙ୍କ ନାଁରେ ରହିଛି । ସେସବୁକୁ ଖାଲି କରିବା ସହ ଭାଙ୍ଗିବା ଲାଗି ନିର୍ଦ୍ଦେଶ ବି ଦିଆଯାଇଥିଲା । ମାତ୍ର ଏଯାଏଁ ହୋଇନି କୌଣସି ଆକ୍ସନ ।
