ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର

ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।ସୂଚନାନୁଯାୟୀ, ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ଜଣେ ବ୍ୟକ୍ତି ତାଙ୍କ ଜମିରୁ ଶୁଖିଲା ନୀଳଗିରି ଗଛ କାଟିବା ଏବଂ ପରିବହନ ପାଇଁ ଅନୁମତି ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତି ମୁତାବକ ଆଜି ଫରେଷ୍ଟର ଗୌରାଙ୍ଗ ସାହୁ ଜମି ମାଲିକଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସର ଏକ ଟିମ୍ ମାଡ଼ି ବସିଥିଲା।

ଗୌରାଙ୍ଗ ସାହୁ ଘଟଣାସ୍ଥଳରୁ ଫେରାର୍ ହେବାକୁ ଉଦ୍ୟମ କରି ଫେଲ୍ ମାରିଥିଲେ। ଭିଜିଲାନ୍ସ ଫରେଷ୍ଟରଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଅଟକ ରଖିଛି। ଏକ ମାମଲା ରୁଜୁ କରି ଦୁଇଟି ସ୍ଥାନରେ ଚଢାଉ କରିଛି।

ଅଧିକ ପଢନ୍ତୁ