ଆସନ୍ତା ଦୁଇ ଦିନ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ । ସପ୍ତାହେ ଯାଏ ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ । ରାଉରକେଲା, କେନ୍ଦୁଝର, ଅନୁଗୁଳ ଓ ଫୁଲବାଣୀରେ ପାରଦ ୧୦ ଡିଗ୍ରୀ ତଳେ ରହିବ । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ୧୫ଡିଗ୍ରୀ ତଳେ ୩୯ଟି ସହର ପାରଦ ରହିଛି ।କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ପ୍ରଥମ ଥର ପାଇଁ ୪.୪°ସେଲସିୟସ ରେକର୍ଡ ହୋଇଛି ସର୍ବନିମ୍ନ ରାତ୍ରି ତାପମାତ୍ରା ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅନୁଗୋଳ, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଶୀତ ପ୍ରକୋପ ଆହୁରି ବଢ଼ିବା ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଶୀତ ଲହରୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।
