ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହିବ। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରବଳ ଥଣ୍ଡା । ରାତି ପାହିଲେ ସୂର୍ଯ୍ୟ କିରଣ ସଞ୍ଜ ନଇଁଲେ ନିଆଁ ଭରସାରେ ଚାଲିଛି ଜୀବନ । ଦିନକୁ ଦିନ ତାପମାତ୍ରା ଖସିବା ସହ ଶୀତ ବଢୁଛି । ଏଥିସହ ସକାଳ ସାଢ଼େ ୮ଟା ସୁଦ୍ଧା ଝାରସୁଗୁଡ଼ା ୯ଦଶମିକ ୬ ଡିଗ୍ରି ସହ ସବୁଠୁ ଥଣ୍ଡା ରେକର୍ଡ କରାଯାଇଛି ।୯ ତାରିଖ (ମଙ୍ଗଳବାର) ସୁନ୍ଦରଗଡ଼, ଅନୁଗୁଳ ଓ ଝାରସୁଗୁଡ଼ାରେ ଶୀତ ଲହରୀ ବହିପାରେ। ସୁନ୍ଦରଗଡ଼ ଓ କନ୍ଧମାଳରେ ଘନ କୁହୁଡ଼ି ବି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଲଗାତର ଦ୍ୱିତୀୟ ଦିନ ପାଇଁ ଜି.ଉଦୟଗିରିର ରାତି ତାପମାତ୍ରା ୫ ଡିଗ୍ରୀ ତଳେ ରହିଛି। ୨୦ ତାରିଖ ଯାଏ ଶୀତ ଜାରି ରହିବ। । ୨୧ ତାରିଖ ପରେ ରାତି ତାପମାତ୍ରା କିଛି ବଢ଼ିପାରେ। ବାଲେଶ୍ୱରରୁ ଗଞ୍ଜାମ ଯାଏ ଉପକୂଳ ଜିଲ୍ଲା ଓ ସଂଲଗ୍ନ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ ଗଜପତି ଜିଲ୍ଲାରେ ୧୧ ତାରିଖ ରାତିରେ ଶୀତ ବଢ଼ିପାରେ।
