ସମୟ ପୂର୍ବରୁ ସରିଲା ବିଧାନସଭା ଶୀତ ଅଧିବେଶନ

ବିଧାନସଭା ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ। ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ।ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଗୃହ ମାତ୍ର ୧୧ ଦିନ କାର୍ଯ୍ୟ କରିଛି।ଅଧିବେଶନ ସମୟରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ସହିତ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାରିତ ହୋଇଛି। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନଭେମ୍ବର ୨୮ରେ ଏହି ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଥିଲେ ଏବଂ ସୋମବାର ବ୍ୟୟ ମଞ୍ଜୁରୀ ବିଲ୍ ଗୃହରେ ଧ୍ୱନି ଭୋଟ୍‌ରେ ପାରିତ ହୋଇଥିଲା।ଏଥର ବିଧାନସଭାର ଶୀତ ଅଧିବେଶନ ବେଶ୍‌ ଚର୍ଚ୍ଚିତ ଥିଲା । କାରଣ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧାନସଭାକୁ ସମ୍ବୋଧିତ କରିଥିଲେ। ବିଧାୟକମାନେ କେମିତି ଆଚରଣ ଓ ଉଚ୍ଚାରଣ କରିବେ ସେନେଇ ସଚେତନ କରାଇଥିଲେ । ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା, ଭତ୍ତା ଓ ପେନ୍‌ସନ୍ ବୃଦ୍ଧି ପାଇଁ ସଂଶୋଧିତ ବିଲ୍ ଗୃହରେ ଉପସ୍ଥାପନ କରିଥିଲେ। ଏହି ବିଲ୍‌ରେ କୌଣସି ସିଟିଂ ବିଧାୟକଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଏବଂ ପ୍ରତି ପାଞ୍ଚ ବର୍ଷରେ ଦରମା ବୃଦ୍ଧିର ପ୍ରାବଧାନ ରହିଛି।ବିଧାନସଭାର ଶେଷ ଦିନରେ ମାଲକାନଗିରିକୁ ନେଇ କମ୍ପିଥିଲା ଗୃହ । ଶୂନ୍ୟକାଳରେ ମାଲକାନଗିରି ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ବିରୋଧୀ । ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କହିଥିଲେ, ଏବେ ମାଲକାନଗିରି ଜଳୁଛି, ଆଗକୁ ଆଉ ଏକ କନ୍ଧମାଳ ହେବାକୁ ଯାଉଛି । ଅନକେ ଘର ପୋଡ଼ି ଦିଆଗଲାଣି, ଜୀବନ ଗଲାଣି । ହେଲେ ଆମେ ଏଠି ବସି କାର୍ଯ୍ୟକ୍ରମ କରୁଛେ । ଲୋକ କଣ କହିବେ ବୋଲି ପ୍ରଶ୍ନ କରିଛନ୍ତି ରାଜା ସ୍ୱାଇଁ ।ଆଜି ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ସରକାର ସିବିଆଇ ତଦନ୍ତ କରିବା ଉଚିତ।

ଅଧିକ ପଢନ୍ତୁ