ଆଉ ଦୁଇଦିନ ଶୀତରେ ଥରିବ ସାରା ଓଡିଶା

ଥଣ୍ଡାରେ ଥରୁଛି ସାରା ରାଜ୍ୟ । ବିଭିନ୍ନ ଅଞ୍ଚଳରେ ଶୀତର ପ୍ରକୋପ ତୀବ୍ର ହେଉଛି । ଶୀତଲହରୀ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛନ୍ତି ।ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ଏବଂ ୩ ଦିନ ପର୍ଯ୍ୟନ୍ତ ଶୀତ ଲହରୀ ଅନୁଭୂତ ହେବା ନେଇ ପୂର୍ବାନୁମାନ କରିିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏବେ ରାଜ୍ୟରେ ପାଗ ଶୁଖିଲା ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଘନ କୁହୁଡ଼ି ନେଇ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି ଶୀତ ଲହରୀ ନେଇ ୧୩ ଜିଲ୍ଲା- ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ନବରଙ୍ଗପୁର, ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।ମଙ୍ଗଳବାର ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା 28.7° ସେଣ୍ଟିଗ୍ରେଡ ଓ ସର୍ବନିମ୍ନ 13°ସେଣ୍ଟିଗ୍ରେଡ ରହିଛି । କଟକରେ ସର୍ବାଧିକ 26.4°ସେ. ଓ ସର୍ବନିମ୍ନ 12.6°ସେ. ରେକର୍ଡ ହୋଇଛି।

ଅଧିକ ପଢନ୍ତୁ