ଏମ୍‌ଭି-୨୬ ହିଂସା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି ଏମଭି-୨୬ ହିଂସା ଘଟଣା , ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ । କେଭି ସିଂହଦେଓଙ୍କ ସହିତ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଇଛନ୍ତି । ଗତକାଲି ମାଲକାନଗିରି ଗସ୍ତରେ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଦୁଇ ଗୋଷ୍ଠୀ ସହ ଆଲୋଚନା କରିଥିଲେ । ଏବେ ଗ୍ରାଉଣ୍ଡ ଜିରୋରେ ସ୍ଥିତି ଅନୁଧ୍ୟାନ କଲେ ଦକ୍ଷିଣାଞ୍ଚଳ ଆରଡିସି ସଂଗ୍ରାମ ମହାପାତ୍ର । ପ୍ରଭାବିତ ଗାଁକୁ ଯାଇ ସ୍ଥିତି ଦେଖିବା ସହିତ ପିଡ଼ୀତ ପରିବାରକୁ ମଧ୍ୟ ସେ ଭେଟିଛନ୍ତି । ଏବେ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । କ୍ଷୟକ୍ଷତିର ଆକଳନ ପରେ ସରକାରୀ ସୁବିଧା ମିଳିବ । ଏନେଇ ଆରଡିସି ସୂଚନା ଦେଇଛନ୍ତି ।

ଅଧିକ ପଢନ୍ତୁ