ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଉଭୟ ଜଣେ ଓଏଏସ୍ ଅଧିକାରୀଙ୍କଠାରୁ ୪ ଲକ୍ଷ ଟଙ୍କା ଠକି ନେଉଥିବାବେଳେ ଗିରଫ କରାଯାଇଛି। ଅଭିଯୁକ୍ତ ଦୁଇ ଜଣକ ସୁବର୍ଣ୍ଣପୁରର ଗଣେଶ ନନ୍ଦ ଏବଂ ପ୍ରଦୀପ ପଣ୍ଡା ବୋଲି ଜଣାପଡିଛି। ଗତକାଲି ଓଡ଼ିଶା ଭିଜିଲାନ୍ସ ଓ ରାଉରକେଲା ପୋଲିସର ମିଳିତ ଟିମ ଠକେଇ ଓ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ ବୀରମହାରାଜପୁରରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏନେଇ ବଣେଇ ଥାନାରେ ମଧ୍ୟ ମାମଲା ରୁଜୁ ହୋଇଛି । ଦୁଇ ଅଭିଯୁକ୍ତ ଗଣେଶ ପ୍ରସାଦ ନନ୍ଦ ଓ ତାଙ୍କ ସଂପର୍କୀୟ ପ୍ରଦୀପ କୁମାର ପଣ୍ଡାଙ୍କ ନାଁରେ ଏକାଧିକ ଅଭିଯୋଗ ରହିଛି । ସେମାନେ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଭିଜିଲାନ୍ସ କେସ କରିବେ କହି ଧମକାଉଥିଲେ ।ଅଭିଯୁକ୍ତ ଗଣେଶର ଟ୍ରୁ କଲର୍ ଆଇଡିରେ ଭିଜିଲାନ୍ସ ଅଫିସର ସୋ କରୁଥିଲା। ଏହି ମାମଲାରେ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।
