ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ରବିବାର ଓଡିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନା ଚକ୍ରରେ ଯୋଗଦେବେ । ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜନ ହେବ ଆଲୋଚନା ଚକ୍ର ।କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ମୁଖ୍ୟ ବକ୍ତା, ଆଡଭୋକେଟ ଜେନେରାଲ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଓ ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସିତାଂଶୁ ମୋହନ ଦ୍ବିବେଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଉଛନ୍ତି । ଏହି କାର୍ଯ୍ୟକ୍ରମରେ ୫୦ ବର୍ଷରୁ ଅଧିକ ସମୟ ଧରି ଓକିଲାତି ପେଶାରେ ନିୟୋଜିତ ଥିବା ବରିଷ୍ଠ ଆଇନଜୀବୀଙ୍କୁ ସମ୍ବର୍ଦ୍ଧିତ କରାଯିବ

ଅଧିକ ପଢନ୍ତୁ