ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଆକ୍ରମଣକୁ ନବୀନଙ୍କ ନିନ୍ଦା

ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗା ରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ। ଦିନ ଦ୍ୱିପହରରେ ଘରେ ପଶି ଆକ୍ରମଣ ହେଉଛି । ତଥାପି ପୋଲିସ ପ୍ରଶାସନ ତଥା ସରକାର ସମସ୍ତେ ନିରବଦ୍ରଷ୍ଟା ସାଜିଛି। ଏବେ ଯାଏଁ କାହା ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି । ଏପରି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ଖବର ଅନୁଯାୟୀ, ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ କିଛି ଲୋକ ଭଙ୍ଗାରୁଜା କରିଥିଲେ । ଏହାସହ କିଛି ସମର୍ଥକଙ୍କୁ ମଧ୍ୟ ମରଣାତ୍ମକ ଆକ୍ରମଣ କରିଥିଲେ । ଯେଉଁଥିରେ ଅନେକ ଲୋକ ଗୁରୁତର ହୋଇଥିଲେ ।

ଅଧିକ ପଢନ୍ତୁ