ବିଧାୟକ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆ ଯାଇଛି।ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଛନ୍ତି ବିଜେପି ବିଧାୟକ । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଗୁରୁବାର ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଛନ୍ତି । ସୁଚନା ମୁତାବକ ରାଜ୍ୟ ସରକାର ବଢ଼ାଇଛନ୍ତି ବିଧାୟକଙ୍କ ଦରମା ଏବଂ ଭତ୍ତା । ବର୍ଦ୍ଧିତ ଦୈନନ୍ଦିନ ଜୀବନଯାପନ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତିକୁ ଦୃଷ୍ଟିରେ ରଖି ବର୍ତ୍ତମାନର ୧ ଲକ୍ଷ ଦରମା ଏକ ଉତ୍ତମ ଜୀବନଶୈଳୀ ବଜାୟ ରଖିବା ପାଇଁ ପର୍ୟ୍ୟାପ୍ତ ନୁହେଁ ବୋଲି ଦାବି ହୋଇ ଆସୁଥିଲା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଧାୟକ, ବାଚସ୍ପତି, ଉପବାଚସ୍ପତି ଏବଂ ମନ୍ତ୍ରୀ ମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି କରିଛନ୍ତି ।ବିଧାନସଭାରେ ଶୀତକାଳୀନ ଅଧିବେଶନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୃହରେ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲେ । ଗୃହରେ ସର୍ବସମ୍ମତି କ୍ରମେ ଏହା ପାସ୍ପା ହୋଇଥିଲା । ସଂସଦୀୟ ପରମ୍ପରାରେ ଏହା ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ମତ ରଖିଛନ୍ତି ଉଭୟ ବିରୋଧୀ ଏବଂ ଶାସକ ଦଳ ବିଧାୟକ ।ନିକଟରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବେ ନାହିଁ । ଏହି ଅର୍ଥକୁ ଓଡ଼ିଶାଙ୍କ ଗରିବ ଲୋକଙ୍କ ବିକାଶ କାର୍ଯ୍ୟରେ ଲଗାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ ।
