କୋରାପୁଟ ସୁନାବେଡ଼ା ଗସ୍ତରେ ଯାଇ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଆହାର କେନ୍ଦ୍ରରେ ଭୋଜନ କଲେ ନଗର ଉନ୍ନୟନ ମନ୍ତ୍ରୀ । ଆହାର କେନ୍ଦ୍ରରେ ଖାଦ୍ୟର ଗୁଣବତ୍ତାକୁ ନିଜେ ତଦାରଖ କରିବା ସହିତ ଖାଦ୍ୟର ଶୁଷମତା ଏବଂ ସ୍ବାଦକୁ ପରଖିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।କୋରାପୁଟ ସୁନାବେଡାରେ କାଦ୍ୟ ଗୁଣବତ୍ତାକୁ ନେଇ ରାଗିଗଲେ ମନ୍ତ୍ରୀ | ଡାଲମାରେ ଡାଲି କି ପରିବା ନଥିବା କହି ଚେତାବନୀ ଦେଲେ । ପରିବର୍ତ୍ତନ କରିବା ପାଇଁ ୱାଣ୍ଣିଂ ଦେଲେ ମନ୍ତ୍ରୀ । ତାଙ୍କ ସହ କୋରାପୁଟ ବିଧାୟକ ରଘୁରାମ ମାଛ ଏବଂ କୋରାପୁଟ ଜିଲ୍ଲାପାଳ ମନୋଜ୍ ସତ୍ୟବାନ୍ ମହାଜନ ମଧ୍ୟ ରହିଥିଲେ । ଆହାର କେନ୍ଦ୍ରରେ ଭାତ, ଡାଲମା ଓ ଆଚାର ଖାଇଛନ୍ତି ମନ୍ତ୍ରୀ । କୋରାପୁଟ ଗସ୍ତରେ ଅଛନ୍ତି ନଗର ଉନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗତକାଲି ଜାତୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଆଜି ସକାଳୁ କୋରାପୁଟ ଓ ସୁନାବେଡ଼ା ପୌରପାଳିକାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ହେଉଥିବା ଉନ୍ନୟନ କାର୍ଯ୍ୟକୁ ନିଜେ ଦେଖିବା ସହ ସମୀକ୍ଷା କରିଛନ୍ତି ।
