ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼ । ବନ ବିଭାଗର ସୂଚନା ମୁତାବକ, ରବିବାର ଜାତୀୟ ଉଦ୍ୟାନକୁ ଗୋଟିଏ ଦିନରେ ୨୮୬୪ ପର୍ଯ୍ୟଟକ ଆସିଥିଲେ ।

ପର୍ଯ୍ୟଟକ ବୋଟ୍‌ ରେ ବସି ନଦୀରେ ବୁଲିବା ସମୟରେ ନଦୀପଠାରେ ଶୋଇ ରହିଥିବା କୁମ୍ଭୀର ସହିତ ହରିଣ ଓ ରଙ୍ଗବେରଙ୍ଗର ପକ୍ଷୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥିଲା । ଭିତରକନିକା ସେଲଫି ପଏଣ୍ଟ୍‌ ରେ ଫଟୋ ଉଠାଇବା ପାଇଁ ପର୍ଯ୍ୟଟକମାନଙ୍କର ଉତ୍ସାହ ଦେଖିବାକୁ ମିଳିଥିଲା ।ସ୍କାଏୱାକ୍‌ରେ ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଚାଲିବା ସହିତ ନୂଆ ଅନୁଭୂତି ସାଉଣ୍ଟିଥିଲେ । ମେଟା ନର୍ସରୀ, ସଂଗ୍ରହାଳୟ, ଗୋରୀ ଓ ମଲ୍ଲୀ ରହୁଥିବା ପୋଖରୀ ନିକଟରେ ପର୍ଯ୍ୟଟକ ଅଧିକ ସମୟ ଅତିବାହିତ କରିଥିଲେ । ହ୍ୟାଚେରୀରେ ଛୋଟ ଛୋଟ କୁମ୍ଭୀର ଛୁଆଙ୍କୁ ଦେଖିବା ସହ ଧଳା କୁମ୍ଭୀର ଶ୍ୱେତାକୁ ଦେଖି ବେଶ ଉପଭୋଗ କରିଥିଲେ ପର୍ଯ୍ୟଟକ ମାନେ ।

ଅଧିକ ପଢନ୍ତୁ