ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ୍ରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆମ୍ବୁଲାନ୍ସ ଉତ୍ସର୍ଗୀକୃତ ସମାରୋହ । ରାଜ୍ୟରେ ଗଡିବ ୪୨୮ଟି ୧୦୮ ନୂଆ ଆମ୍ବୁଲାନ୍ସ । ନୂଆ ଆମ୍ବୁଲାନ୍ସ ରୋଗୀଙ୍କ ସେବାରେ ନିୟୋଜିତ ହେବ । ଆମ୍ବୁଲାନ୍ସ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମ ପର୍ଯ୍ୟାୟରେ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଛି। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ବୁୁଲାନ୍ସ ଗଡ଼ିବାର ଯୋଜନା ଅଛି। ଅଚଳ ଆମ୍ବୁଲାନ୍ସ ସ୍ଥାନରେ ନୂଆ ଆମ୍ବୁଲାନ୍ସ ଗଡିବ ।ଆଗକୁ ବାକି ସବୁ ଆମ୍ବୁଲାନ୍ସକୁ ଲୋକାର୍ପିତ କରାଯିବ । ରାଜ୍ୟରେ ଆମ୍ବୁଲାନ୍ସ ସେବା ଯୋଗାଉଥିବା ସଂସ୍ଥା ପାଖରେ ଏବେ ୮୬୦ଟି ୧୦୮ ଆମ୍ବୁଲାନ୍ସ, ୫୦୦ ଜନନୀ ଏକ୍ସପ୍ରେସ୍ ଓ ୬ଟି ବୋଟ୍ ଆମ୍ବୁଲାନ୍ସ ରହିଛି।
