ଦୁର୍ବଳ ହେବାରେ ଲାଗିଛି ଲାଲଗଡ଼। ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ 

ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍‌ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ । ଆତ୍ମସମର୍ପଣ କରିଥିବା ନସ୍କଲଙ୍କ ନାଁରେ ଥିଲା ୨ କୋଟି ୧୮ ଲକ୍ଷ ଟଙ୍କାର ପୁରସ୍କାର ।ମାଓ ସଙ୍ଗଠନ ନିଜର ଶେଷ ନିଶ୍ୱାସ ନେଉଥିବା ବେଳେ ଅନ୍ୟ ଯେଉଁମାନେ ମାଓ ସଙ୍ଗଠନରେ ଅଛନ୍ତି ସେମୀନଙ୍କୁ ମଧ୍ୟ ପୁଲିସ ଡିଜି ଆତ୍ମସମର୍ପଣ ପାଇଁ ଆବାହନ କରିଛନ୍ତି । ହିଂସାର ପଥ ଛାଡି ଆତ୍ମସମର୍ପଣ କରିଲେ ସରକାରୀ ସ୍ତରରେ ସେମାନଙ୍କୁ ବିଭିନ୍ନ ସହାୟତା ପ୍ରଦାନ ସହ ଥଇଥାନ କରାଯିବ ବୋଲି ଡିଜି ପ୍ରକାଶ କରିଛନ୍ତି ।

ଅଧିକ ପଢନ୍ତୁ