ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟତ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ସୃଷ୍ଟି ହୋଇଛି । ତେବେ ରାଜ୍ୟର କେତେକ ଅଞ୍ଚଳରେ ବୁଧବାରଠାରୁ ସାମାନ୍ୟ ବର୍ଷା ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ।
ସେହିଭଳି ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ୨୩ରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ବଲାଙ୍ଗୀର ଓ କଳାହାଣ୍ଡିର କିଛି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ । ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି କୁହୁଡ଼ି ପ୍ରଭାବ ରହିପାରେ ।