ପୁଣି ଅସୁରକ୍ଷିତ ହୋଇ ପଡିଛି ଶ୍ରୀମନ୍ଦିର । ଆଜି ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ପରିଲିକ୍ଷିତ ହୋଇଥିବା ଦେଖିବାକୁ ମିଳିଛି । କେହି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ପ୍ରବେଶ କରିଥିବା ଦେଖିବାକୁ ମିଳିଛି ।ଯାହା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇବା ସହ କାର୍ଯ୍ୟରେ ଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଉଠିଛି । ଖବର ଅନୁସାରେ, ଆଜି ସକାଳୁ ଜଣେ ପ୍ରତିହାରୀ ସେବକ ଶ୍ରୀମନ୍ଦିର ଭିତରୁ ହାତରେ ଜୋତା ଧରି ବାହାରକୁ ଆସିଥିଲେ । ଭୋଗ ମଣ୍ଡପ ଦ୍ବାର ନିକଟରେ ଏହି ଯୋତାକୁ ସେ ରଖାଯାଇଥିବା ଦେଖିବାକୁ ପାଇଥିଲେ । ଜୋତା ରହିଥିବା ଦେଖିବା ମାତ୍ରେ ଜୋତାକୁ ହାତରେ ଧରି ବାହାରକୁ ଆଣିଥିଲେ । ତେବେ ସିସିଟିଭି ଫୁଟେଜ ଦେଖି କିଏ ସେ ବ୍ୟକ୍ତି ଜୋତା ପିନ୍ଧି ମନ୍ଦିର ମଧ୍ୟକୁ ଯାଇଛନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଦାବି କରାଯାଇଛି ।ଏତେ ସୁରକ୍ଷା ବଳୟ ଭେଦ କରି କିଏ କିପରି ଜୋତା ପିନ୍ଧି ମନ୍ଦିର ଭିତରକୁ ପ୍ରବେଶ କଲା ଓ କେହି ଜାଣି ପାରିଲେ ନାହିଁ । ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
