ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚାରିଆଡୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି ।

ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା । ଓଡ଼ିଶାର ବିକାଶ ପାଇଁ ନିରନ୍ତର ଭାବେ କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କର ଏହି ନିଷ୍ଠା ଓ କର୍ତ୍ତବ୍ୟ ଦିନେ ରାଜ୍ୟକୁ ଆଗକୁ ନେବ । ଯୁବପୀଢିଙ୍କୁ ସଶକ୍ତ କରିବାରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରୁଛି ।

ଅଧିକ ପଢନ୍ତୁ