ପୁଣି ଶ୍ରୀମନ୍ଦିର ଭିତରେ ମିଳିଲା ବାହାର ଘିଅ, ୨ ସୁଆରଙ୍କୁ ନୋଟିସ ଜାରି

ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ ସମ୍ପର୍କରେ ସୁଆର ମହାସୁଆର ନିଯୋଗକୁ ସୂଚିତ କରିଛି ଶ୍ରୀମନ୍ଦିର ପ୍ରଶାସନ । ସୂଚନାମୁତାବକ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ଘିଅ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନକରେ ସେଥିପ୍ରତି ପଦକ୍ଷେପ ନେବାକୁ ପୂର୍ବରୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେବା ସହ ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗାକୁ ଅବଗତ କରାଯାଇଥିଲା । ଏହାସହ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ଏବଂ ଶ୍ରୀମନ୍ଦିର କମାଣ୍ଡରଙ୍କୁ ଏଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏଥିରେ କୌଣସି ବ୍ୟତିକ୍ରମ ବରଦାସ୍ତ କରାଯିବ ନାହିଁ, ବାହାର ଖୋଲା ଘିଅ ବା ଛାପା ଘିଅ ଶ୍ରୀମନ୍ଦିର ପରିସରକୁ ନେବାକୁ ଉଦ୍ୟମ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରାଇଥିଲେ ।

ଅଧିକ ପଢନ୍ତୁ