ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ମଝି ରାସ୍ତାରେ ଜଳିଗଲା ଆମ ବସ୍ 

ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।କଳିଙ୍ଗ ଷ୍ଟୁଡିଓ ଛକରେ ଆମ ବସ୍‌‌ରୁ ହଠାତ୍‌ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି।

ଅଧିକ ପଢନ୍ତୁ