ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ବୁଝିବେ ସ୍କୁଲ କର୍ତ୍ତୃପକ୍ଷ । ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ଚିଠି ଲେଖିଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ।ସୂଚନାଯୋଗ୍ୟ ଯେ, ଗତ କିଛି ମାସ ତଳେ ରାଜ୍ୟରେ ଡ୍ରପ୍ଆଉଟ୍ ପିଲାଙ୍କ ସଂଖ୍ୟା ବଢୁଥିବା ନେଇ ଏକ ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଥିଲା । ଅନେକ ସ୍ଥଳରେ ପିଲାମାନେ ପଢ଼ିବାକୁ ଅନିଚ୍ଛା ପ୍ରକାଶ କରି ପାଠ ଛାଡୁଥିବା ଏହି ରିପୋର୍ଟରେ ଦର୍ଶାଯାଇଥିଲା । ଏହି ସମସ୍ୟାର ସମାଧାନ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ (ଊଋଙ) ଏବଂ ବ୍ଲକ୍ ଶିକ୍ଷାଧିକାରୀ (ଈଋଙ)ଙ୍କୁ ବିଧିବଦ୍ଧ ଭାବେ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି।
ସରକାରଙ୍କ ଏହି ପ୍ରୟାସ ଦ୍ୱାରା ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ହେବ ଏବଂ ଛାତ୍ରଛାତ୍ରୀଙ୍କ ସମସ୍ୟାକୁ ଶିକ୍ଷକମାନେ ନିକଟରୁ ବୁଝିପାରିବେ । ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ପ୍ରତ୍ୟେକ ଶିଶୁକୁ ଶିକ୍ଷାର ଅଧିକାର ପ୍ରଦାନ କରିବା ଲକ୍ଷ୍ୟରେ ସରକାର ଏଭଳି ବଡ଼ ପଦକ୍ଷେପ ନେଇଛନ୍ତି ।
