ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡିଲା ଭିତ୍ତିପ୍ରସ୍ତର । ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଓ ନୂଆ ବିଧାନସଭା । । ୭୧ ଏକର ଜମିରେ ଏହା ନିର୍ମାଣ ହେବାକୁ ଥିବାବେଳେ ଏଥିନିମନ୍ତେ ୩୬୨୩ କୋଟି ଟଙ୍କା ଖର୍ଚ୍ଚ ହେବ। ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଜାତୀୟ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଅବସରରେ ଏହାକୁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହ ୯୫୨ କୋଟି ଟଙ୍କା ବ୍ୟୟରେ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଏଲିଭେଟେଡ଼ କରିଡ଼ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପରେ ଜୟଦେବ ବିହାର, କଳିଙ୍ଗ ହସ୍ପିଟାଲ ଛକ, ଡମଣା ଛକ ଓ କିଟ୍ ଛକରେ ନିର୍ମାଣ ହେବ ଫ୍ଲାଏ ଓଭର । ଜୟଦେବ ବିହାର ଛକରେ ୪ ଲେନ ବିଶିଷ୍ଟ କେବୁଲ ଷ୍ଟେ ବ୍ରିଜ କରିବାକୁ ଯୋଜନା ରହିଛି । ରାସ୍ତାର ଦୁଇ ପାର୍ଶ୍ବରେ ଲାଗିବ ୨୨ ହଜାର ୪୧୦ ଗଛ।
