ପୁଣି ଉପାସ ରହିଲେ ମହାପ୍ରଭୁ ଲିଙ୍ଗରାଜ। ମକର ସଂକ୍ରାନ୍ତିରେ ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳବାର ସଂଧ୍ୟାରୁ ବନ୍ଦ ଅଛି ନୀତିକାନ୍ତି।ଉଭୟ ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦରୁ ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି । ବିଗତ କିଛି ବର୍ଷ ହେବ ବିବାଦ ଚାଲିଥିଲା । ଏହାକୁ ନେଇ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲା ବଡ଼ୁ ନିଯୋଗ । ଦେବୋତ୍ତର ବିଭାଗକୁ ଏହି ବିବାଦର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ଏଯାଏଁ ଏହାର ସମାଧାନ ହୋଇପାରିଲା ନାହିଁ । ଏଣୁ ଆଜି ସନ୍ଧ୍ୟା ଧୂପ ପରଠାରୁ ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତି ବନ୍ଦ ରହିଛି । ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ନୀତି ବନ୍ଦ ରହିବ ବୋଲି ଚେତାବନୀ ଦେଇଛନ୍ତି ସେବାୟତ । ସୂଚନା ମୁତାବକ ମଙ୍ଗଳବାର କ୍ଷୀର ଆଉଟା ନୀତିକୁ ନେଇ ବିବାଦ ଲାଗିରହିଛି। କ୍ଷୀର ଆଉଟା ନୀତି କିଏ କରିବ ତାକୁ ନେଇ ଟଣାଓଟରା ହୋଇଛନ୍ତି।
