ସବୁ ସରକାରୀ ଅଫିସରେ ‘ଓଡ଼ିଆ’ରେ କାମ, ‍ବାଧ୍ୟତାମୂଳକ ଭାବେ କଡ଼ାକଡ଼ି ଲାଗୁ ହେବ

ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ । ସମସ୍ତ ବିଜ୍ଞପ୍ତି, ପତ୍ର ବିନିମୟ ଓଡ଼ିଆ ଭାଷାରେ ହେବ। ନିୟମ ଖିଲାପ କଲେ ଅଧିକାରୀଙ୍କ ବିରୋଧରେ ହେବ ନୋଟିସ୍। ଯେଉଁ ଅଧିକାରୀ ଏହାର ଖିଲାପ କରିବେ, ତାଙ୍କୁ ଏହି ବିଷୟରେ ତାଗିଦ କରାଯିବ ଓ ଆବଶ୍ୟକ ହେଲେ କାରଣ ଦର୍ଶାଅ ନୋଟିସ ଜାରି କରାଯିବ। ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସମସ୍ତ ଅଧସ୍ତନ କାର୍ଯ୍ୟାଳୟ, ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ଅନୁଷ୍ଠାନ ଯେପରିକି ବିଭିନ୍ନ ନିଗମ, ପୌର ସଂସ୍ଥା ଓ ସ୍ବୟଂ ଚାଳିତ ସଂସ୍ଥା ଇତ୍ୟାଦି ଏହି ନିର୍ଦ୍ଦେଶକୁ ପାଳନ କରିବେ।

ଅଧିକ ପଢନ୍ତୁ