ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ କରାଯାଇଛି ତାହାର କାରଣ କହିଛନ୍ତି । ନାଁ ନନେଇ ସେ ସିଧା ନିଶାନା କରିଛନ୍ତି ।ନବୀନ କହିଛନ୍ତି ଯେ ମୁଁ ଜଣଙ୍କୁ ବିଶ୍ବାସ କରି ସୁଯୋଗ ଦେଇଥିଲି, କିଛି କାମ କରିବାକୁ । ଆପଣଙ୍କ ନିର୍ବାଚନମଣ୍ଡଳୀ ପାଇଁ ଭଲ କାମ କରିବାକୁ ସୁଯୋଗ ଦେଇଥିଲି । କିନ୍ତୁ ଜାଣିଲି, ପାଟକୁରାବାସୀ ହଇରାଣ ହରକତ ହେଉଛନ୍ତି । ଦଳରେ ରହି ଯିଏ ଆପଣଙ୍କୁ ହଇରାଣ କରିବ ମୁଁ ତାକୁ ଦଳରୁ କାଢ଼ିଦିଏ । ଆପଣମାନଙ୍କ ପାଇଁ ଜଣେ ଭଲ ମୁଖିଆ ଆସିବେ । ନିକଟରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବିତ କରିଥିଲେ ବିଜେଡି ସୁପ୍ରିମୋ ।
