ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ମିଳିଲା ଟଙ୍କା

ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ମିଳିଲା ଟଙ୍କା । ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ମିଳିଛି ପ୍ରଥମ କିସ୍ତି । ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆକାଉଣ୍ଟ ଗଲା । ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ମଧ୍ୟ ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି ।ସୂଚନାଥାଉକି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି ।

ଅଧିକ ପଢନ୍ତୁ