ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ଆମ ଜୀବନର ମାନଦଣ୍ଡ । ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି । ମହାପୁରୁଶଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି । ଏହାସହ ବୀର ସଂଗ୍ରାମୀମାନଙ୍କୁ ମୋର ପ୍ରଣାମ । ଦେଶ ସ୍ବାଧୀନ ପରେ ୨ଟି ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲା। ବିଭାଜନର ବିଭୀଷିକା ଓ ବିଧି ବ୍ୟବସ୍ଥାରେ ଦେଶକୁ କିପରି ଚଲାଇବା।
