ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ସଂଶୋଧନ କରି ସତ୍ୟପାଠ ଦାଖଲ କରିବାକୁ ପରିବହନ କମିଶନରଙ୍କୁ ନିର୍ଦ୍ଦେଶ । ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି । PUCC ନଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ । ପ୍ରତ୍ୟାହୃତ ହୋଇଥିବା ହାଇକୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର । ସତ୍ୟପାଠ ମାଧ୍ୟମରେ ହାଇକୋର୍ଟଙ୍କୁ ଅବଗତ କଲେ ରାଜ୍ୟ ସରକାର ।
