ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରରେ ରାତିର ତାପମାତ୍ରା ଆସନ୍ତା ୨୪ ଘଣ୍ଟାରେ ୧୭ ଡିଗ୍ରୀ ରହିବ।ଗୁରୁବାର ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ନୟାଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ। ଏଥିସହ ପାଣିପାଗ ବିଭାଗ ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
