ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା

ଆଖି ବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ବିଳମ୍ବିତ ରାତିରେ ହୃଦଘାତ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ସତ୍ୟାନାରାୟଣ ପୋଢ । ପରେ ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ନନ୍ଦରାଜାଙ୍କ ଦେହାନ୍ତ ଖବର ଧନୁଯାତ୍ରା କଳାକାର ଜଗତରେ ତଥା ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ସୂଚନାଥାଉକି, ସତ୍ୟନାରାୟଣ ପୋଢଙ୍କ ବାପା ବାସୁଦେବ ପୋଢ ବରଗଡ ଧନୁଯାତ୍ରାରେ ନନ୍ଦରାଜ ଭୂମିକାରେ ଅଭିନୟ କରୁଥିଲେ । ତାଙ୍କ ବାପାଙ୍କ ମୃତ୍ୟୁ ପରେ ଦୀର୍ଘ ୨୦ ବର୍ଷ ହେବ ସତ୍ୟନାରାୟଣ ପୋଢ ଧନୁଯାତ୍ରାରେ ଏହି ଅଭିନୟକୁ ତୁଲାଇ ଆସୁଥିଲେ ।

ଅଧିକ ପଢନ୍ତୁ