ଅନୁଭବ VS ବର୍ଷା ବିବାଦ:ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ

ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ଚାଲିବ ମାମଲା ।ପୁରୀଘାଟ ଥାନାରେ ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ ବର୍ଷା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟ ଯାଇଥିଲେ। ଆବେଦନ ଖାରଜ ପରେ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ସାମ୍ନା କରିବେ ଅନୁଭବ।

ଅଧିକ ପଢନ୍ତୁ