ଫେବୃଆରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ । ଫେବୃଆରୀ ୨୦ରେ ଆଗତ ହେବ ରାଜ୍ୟ ବଜେଟ ୨୦୨୬- ୨୭ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୨୩ ଓ ୨୪ରେ ବଜେଟ୍ ଉପରେ ଗୃହରେ ଆଲୋଚନା କରାଯିବ ।ତେବେ ବଡ କଥା ହେଉଛି ରାଜ୍ୟ ସରକାର ଫେବୃଆରୀ ୨୦ରେ କେତେ ଟଙ୍କାର ବଜେଟ ଆଣୁଛନ୍ତି, ଚଳିତ ବଜେଟରେ କାହାକୁ କାହାକୁ ଗୁରୁତ୍ୱ ଦିଆଯାଉଛି , ଭିତ୍ତିଭୂମି ତା ସହିତ ଆଉ କିଛି ନୂଆ ଯୋଜନା ଆଣୁଛନ୍ତି କି ? ଏସବୁ ଉପରେ ଜନତାଙ୍କ ନଜିର ରହିଛି ।
