ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା ଦେଉଥିଲା ଏକ ସ୍କର୍ପିଓ। ରାତି ତମାମ ଗାଡିକୁ ଫଲୋ କରିବା ପରେ ଶେଷରେ ଏନସିବିର ସ୍ପେସିଆଲ ସ୍କ୍ବାର୍ଟ ମାଡି ବସିଛି। କେଉଁଝରରୁ ଏକ ପିକଅପ ଭ୍ୟାନରେ କୋବି ଭିତରେ ଗଞ୍ଜେଇ ବସ୍ତା ରଖି ବାରିପଦା ଆସୁଥିଲା । ଗଞ୍ଜେଇ ସହ ଗାଡିକୁ ସୁରକ୍ଷା ଦେଉଥିବା ଏକ ସ୍କର୍ପିଓକୁ ମଧ୍ୟ ଏନସିବି ଜବତ କରିଛି । ଏହା ସହ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ତେବେ ଘଟଣା ସ୍ଥଳରୁ ଦୁଇ ଜଣ ଗଞ୍ଜେଇ ମାଫିଆ ଖସି ଯାଇଥିବା ଜଣାପଡିଛି । ଜବତ ଗଞ୍ଜେଇର ମୂଲ୍ୟ ୧ କୋଟିରୁ ଅଧିକ ହେବ ।
