ରାଜ୍ୟରେ ଗଡିଲା ୨୫୦ ନୂଆ ଆମ୍ବୁଲାନ୍ସ । ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଛି । ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା । ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ କରିବାକୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଗତବର୍ଷ ଡିସେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୧୫୦ଟି ଆମ୍ବୁଲାନ୍ସର ଲୋକାର୍ପଣ କରିଥିଲେ ।ରାଜ୍ୟରେ ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ଅଧିକ ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ପୁରୁଣା ଆମ୍ବୁଲାନ୍ସ ଗୁଡିକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ଅଣାଯାଉଛି । ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ଗୁଡିକର ପଞ୍ଜିକରଣ, ବୀମା ଏବଂ ବ୍ରାଣ୍ଡିଙ୍ଗ୍ ସହିତ ପ୍ରତି ଆମ୍ବୁଲାନ୍ସ ପାଇଁ ୨୫.୭୭ଲକ୍ଷ ଟଙ୍କାରେ ଖର୍ଚ୍ଚ କରାଯାଇଛି। ଏବଂ ୪୨୮ ଗୋଟି ଆମ୍ଵୁଲାନ୍ସ ପାଇଁ ମୋଟ ପ୍ରାୟ ୧୧୧ କୋଟି ଟଙ୍କା ବ୍ୟୟ ହୋଇଛି। ଏହାର ସମୁଦାୟ କ୍ରୟ ଖର୍ଚ୍ଚ ରାଜ୍ୟ ସରକାରଙ୍କ ପାଣ୍ଠିରୁ ବହନ କରାଯାଇଛି।
