ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ

କାଲି ଠାରୁ କମ୍ପିବ ବିଧାନସଭା ।  ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ତା ପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ ।  ଗୃହ ସୁରଖୁରରେ ଚଲାଇବା ପାଇଁ ସବୁ ଦଳର ସହଯୋଗ ଲୋଡିବେ ବାଚସ୍ପତି ।ବିରୋଧୀ-ଶାସକ ବିଧାନସଭାରେ କେଉଁ କେଉଁ ପ୍ରସଙ୍ଗ ଉଠାଇବେ ତାହା ଆଜି ବିଧାୟକ ଦଳ ବୈଠକରେ ଚୂଡାନ୍ତ ହେବ । ବଜେଟ୍ ଅଧିବେଶନ ଫେବ୍ରୁଆରି ୧୭ ରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ।  ପ୍ରଥମ ଦିନ ରାଜ୍ଯପାଳଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ ହେବ ।  ୨୦ ରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ୍ ଚରଣ ମାଝୀ ବଜେଟ୍ ଉପସ୍ଥାପନ କରିବେ ।

ଅଧିକ ପଢନ୍ତୁ