ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା

ଆଜି ସାରା ରାଜ୍ୟରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି । କଟକ , ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଛି । ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନି ଦୂରତା । ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି। ଏହା ସତ୍ତ୍ବେ ମଧ୍ୟ ଥଣ୍ଡା କିଛି ମାତ୍ରାରେ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତେବେ ପୁରୀ ରେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା କଷ୍ଟକର ହୋଇପଡିଛି । ସେହିପରି ବଡ଼ ଦାଣ୍ଡରେ ବି ପ୍ରବଳ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା କମିଛି ।

ଅଧିକ ପଢନ୍ତୁ