ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ । ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ସେକ୍ସନର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।ଜବତ ହୋଇଛି ବିଡା ବିଡା ଟଙ୍କା ଓ ପୁଳା ପୁଳା ସୁନା । ସମସ୍ତ ବ୍ୟାଙ୍କ୍ ଆକାଉଣ୍ଟ ଓ ଜମିବାଡ଼ି ସମ୍ପର୍କିତ କାଗଜପତ୍ରର ମଧ୍ୟ ଯାଞ୍ଚ ଚାଲିଛି । ତିନୋଟି ସ୍ଥାନରେ ଏକକାଳୀନ ଚାଲିଛି ଚଢାଉ ।
ଭବାନୀପାଟଣାରେ ତିନି ମହଲା ଆବାସିକ ଘର, ଜୁନାଗଡ଼ରେ ଭାଇଙ୍କ ଘର ଓ ଭବାନୀପାଟଣା ଭଟଙ୍ଗପଦର ବନ ବିଭାଗ ଅଫିସରେ ରେଡ୍ ଚାଲିଛି । ଚଢ଼ାଉରେ ୪ ଡିଏସପି, ୭ ଇନିସ୍ପେକ୍ଟର, ୪ ଏଏସଆଇ ଓ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେ ନେଇ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ ।
