ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭।ଜାଣନ୍ତୁ କେଉଁ କ୍ଷେତ୍ରକୁ କଣ ମିଳିଲା?

ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭। ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯାଉଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି।ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା ହୋଇଛି। ପଞ୍ଚାୟତିରାଜ ବିଭାଗ ପାଇଁ ୩୪ ହଜାର ୧୧୪.୧୪ କୋଟି ଏବଂ ୧୦୦ଟି ମଡେଲ ମଣ୍ଡି ପାଇଁ ବ୍ୟବସ୍ଥା ହୋଇଛି।

ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି , ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡି , ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା ପ୍ରସ୍ତାବ ହୋଇଛି। ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କା , ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି -୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି ,ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି , ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ,ରାଜ୍ୟ AI ମିଶନ ପାଇଁ ୨୩ କୋଟି ଓ ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି।

ଅଧିକ ପଢନ୍ତୁ