ଶ୍ରୀଜଗନ୍ନାଥ ମନ୍ଦିରକୁ ଦାନ ପାଇଁ ‘ସମର୍ପଣ’ ନାଁରେ ଅନଲାଇନ ଡିଜିଟାଲ ହୁଣ୍ଡି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଆରମ୍ଭରେ ହିଁ ପ୍ରଭୁ ଜଗନ୍ନାଥ ଓ ପୁରୀ ସହ ଜଡିତ ବିକାଶ ପ୍ରକଳ୍ପ ବାବଦରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ ଡିଜିଟାଲ ହୁଣ୍ଡି କରାଯିବ। ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କା ପ୍ରସ୍ତାବ ରଖାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି, ସମଗ୍ର ବିଶ୍ୱର ଭକ୍ତମାନେ ପ୍ରଭୁ ଜଗନ୍ନାଥଙ୍କୁ କୌଣସି ବସ୍ତୁ କିମ୍ୱା ରାଶି ଦାନ କରି କାର୍ଯ୍ୟ କରିବାରୁ ଶୁଭ ମନେ କରିଥାନ୍ତି । ଆମେ ଶ୍ରୀଜଗନ୍ନାଥ ମନ୍ଦିର ପୁରୀ ପାଇଁ ସମର୍ପଣ ନାମରେ ଏକ ସୁରକ୍ଷିତ ଅନଲାଇନ୍ ଦାନ ପ୍ଲାଟଫର୍ମ ଡିଜିଟାଲ୍ ହୁଣ୍ଡି ପ୍ରଚଳନ କରିଛୁ । ଏହି ପ୍ଲାଟଫର୍ମ ଶ୍ରୀମନ୍ଦିର ପ୍ରଶାସନର ସରକାରୀ ପୋର୍ଟାଲ ସହ ସମନ୍ୱିତ ଏକୀକୃତ ପ୍ରବେଶ ପଥ ମାଧ୍ୟମରେ ଭାରତ ତଥା ବିଦେଶର ଭକ୍ତମାନଙ୍କୁ ଶ୍ରୀମନ୍ଦିର ସହ ସଂଯୋଗ କରିବ ।

ଅଧିକ ପଢନ୍ତୁ