ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା : ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ଦିଆଯିବ

ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ବଜେଟ୍ ୨୦୨୬-୨୭ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା ହୋଇଛି । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ । ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ । ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ ।ସେହିପରି ସୁଭଦ୍ରା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ରହିଛି । ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା ରହିଛି ।

ଅଧିକ ପଢନ୍ତୁ