ସମୃଦ୍ଧ କୃଷକ ଯୋଜନା ପାଇଁ ୬,୦୮୮ କୋଟି ବ୍ୟୟବରାଦ

୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ ବିକାଶକୁ ସର୍ବାଧିକ ପ୍ରାଥମିକତା ପ୍ରଦାନ କରି ଚାଷୀମାନଙ୍କ ଆର୍ଥିକ ସଶକ୍ତୀକରଣ ପାଇଁ ବ୍ୟାପକ ସହାୟତା ରାଶିର ବ୍ୟବସ୍ଥା ସହ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞାନକୌଶଳ ଓ ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ବଜେଟ୍ ଅଧୀନରେ ପୁଷ୍ଟିଶସ୍ୟର ଚାଷ ଓ ବ୍ୟବହାରକୁ ବୃଦ୍ଧି କରିବା ସହିତ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରି ଓଡ଼ିଶାର ପ୍ରତିଟି କୃଷକ ପରିବାରକୁ ଏକ ସମୃଦ୍ଧ ଓ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି। ତେବେ ସମୃଦ୍ଧ କୃଷକ ଯୋଜନା ପାଇଁ ୬୦୮୮ କୋଟି ଟଙ୍କା ଓ ପିଏମ୍‌ ପିଷାନ ଯୋଜନାରେ ୨୦୨୩୦ କୋଟି ଟଙ୍କା | ଏହା ସହ କୃଷି ଯାନ୍ତ୍ରିକୀକରଣ ଏବଂ କୃଷି ଉଦ୍ୟୋଗ: ୮୪୧ କୋଟି ଟଙ୍କା ରହିଛି |

ଅଧିକ ପଢନ୍ତୁ