ଆସନ୍ତାକାଲି ବିଜେଡିର ବିଶାଳ ଚାଷୀ ସମାବେଶ । ବିଜେପି ସରକାର ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି । ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିକ୍ଷୋଭକୁ ଓହ୍ଲାଇବେ । ଚାଷୀ ଆଇନ ଶୃଙ୍ଖଳା ଭଳି କିଛି ବୃହତ ସମସ୍ୟା ନେଇ ଆସନ୍ତାକାଲି ଭୁବନେଶ୍ୱର ରାଜରାସ୍ତାରେ ଆନ୍ଦୋଳନକୁ ଓହ୍ଲାଇବେ ନବୀନ ଏବଂ ତାଙ୍କ ଦଳ ।ରାଜ୍ୟ ସରକାର ବିଧାନସଭାକୁ ଭ୍ରମିତ କରୁଥିବା ଅଭିଯୋଗ ଆଣିଛି ବିଜେଡି । ମଣ୍ଡିରେ ଚାଷୀଙ୍କୁ ମାଡ଼ ମରାଯାଉଛି। ନିର୍ଯାତନା ଦିଆଯାଉଛି । ଦେଢ଼ ଲକ୍ଷ ଚାଷୀଙ୍କ ନାଁ ଚଞ୍ଚକତା କରି ରେଜିଷ୍ଟ୍ରେସନ ଲିଷ୍ଟରୁ ମୋହନ ସରକାର କାଟିଥିବା ବିଜେଡି ଅଭିଯୋଗ କରିଛି। ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଧାନସଭାରେ ବିରୋଧୀ ଦଳର ଉପନେତା ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଦଳର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର, ଦଳର ଉପସଭାପତି ସଞ୍ଜୟ କୁମାର ଦାସବର୍ମା, ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସହିତ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥା ଓ ମହିଳା ସୁରକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଭିଯୋଗ କରିଥିଲେ । ଚାଷୀ ଆଇନଶୃଙ୍ଖଳା ଭଳି ସଙ୍ଗୀନ ସମସ୍ୟାକୁ ଅଣଦେଖା କରିଥିବା ଯୋଗୁଁ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନେଇଛି । ଏନେଇ ବିଜେଡି ପ୍ରେସମିଟ କରି ସୂଚନା ଦେଇଛି ।
