ଏକକ ପିଜି ପ୍ରବେଶିକା ପରୀକ୍ଷା ବା ସିପିଇଟି ପାଇଁ କାଲିଠୁ ଫର୍ମ ପୂରଣ ଆରମ୍ଭ । ଆସନ୍ତାକାଲିଠୁ ମାର୍ଚ୍ଚ ୧୫ ଯାଏଁ ସାମସ ପୋର୍ଟାଲରେ ଫର୍ମ ପୂରଣ କରିପାରିବେ ଇଚ୍ଛୁକ ଛାତ୍ରଛାତ୍ରୀ । ସିପିଇଟି ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଇଁ ଚୟନ ହେବେ ଛାତ୍ରଛାତ୍ରୀ । ପିଜିରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାର ଦେବାକୁ ପଡ଼ିବ । ଏପ୍ରିଲ ମାସ ୨୭ ତାରିଖରୁ ମେ’ ମାସ ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ନାତକୋତ୍ତର ବିଷୟ ପାଇଁ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ ।ଏହାସହ ଜୁଲାଇ ୧୦ ତାରିଖ ସୁଦ୍ଧା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହା ଦ୍ୱାରା ସଠିକ୍ ସମୟରେ ସ୍ନାତକୋତ୍ତର ପାଠ୍ୟକ୍ରମର ପାଠପଢ଼ା ସମାପ୍ତ ହେବା ସହ ସଠିକ୍ ସମୟରେ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ । ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ।
