ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା । ଆଜି ପୁଣି ଥରେ ବିଜେଡି ବିଧାୟକମାନଙ୍କୁ ନବୀନ ନିବାସକୁ ଡକାଯାଇଛି । ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି । ରାଜ୍ୟସଭା ରେସ ଭିତରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା ପରେ ବଢିଲା ଚର୍ଚ୍ଚା । ଲଗାତର ଦ୍ବିତୀୟ ଦିନରେ ନବୀନ ନିବାସରେ ସମସ୍ତ ବିଧାୟକ ଉପସ୍ଥିତ ଅଛନ୍ତି। ବିଧାୟକଙ୍କ ସହ ଆଲୋଚନା ପରେ ଘୋଷଣା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି।ଡାକ୍ତର ଦତ୍ତେଶ୍ୱର ହୋତା ହେଉଛନ୍ତି ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବବିଦ୍ୟାଳୟର ପ୍ରଥମ କୁଳପତି। ଏସ୍ସିବି ମେଡିକାଲର ୟୁରୋଲୋଜି ବିଭାଗର ମୁଖ୍ୟ ଥିଲେ ଦତ୍ତେଶ୍ୱର। ସେ ଏସ୍ସିପି ମେଡିକାଲ କଲେଜର ଡିନ୍ ଓ ପ୍ରିନ୍ସିପାଲ ଥିଲେ। କିଡ୍ନୀ ଟ୍ରାନ୍ସପ୍ଲାଣ୍ଟ, ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ପ୍ରତିଷ୍ଠାରେ ତାଙ୍କର ଅବଦାନ ବହୁତ ରହିଛି।ଏସବୁ ଭିତରେ ରାଜ୍ୟରେ ଶାସକ ଦଳ ବିଜେପି ଓ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ପକ୍ଷରୁ ଚାଲିଛି ଜୋରଦାର କସରତ, ତିନି ଦଳରେ ଘନଘନ ଚାଲିଛି ମାନସମନ୍ଥନ।
