ପୁଣି ଚମକେଇଲେ ନବୀନ । ସବୁ ଚର୍ଚ୍ଚା ଏବଂ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ବିଜେଡି ସୁପ୍ରିମୋ ।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି ନବୀନ। ସଂତୃପ୍ତ ତୃତୀୟ ଓ ଦତ୍ତେଶ୍ୱର ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି।ସୂଚନାଯୋଗ୍ୟ ଯେ, ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ହେବାକୁ ଯାଉଛି । ଯେଉଁଥି ଲାଗି ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ଚାଲିଛି ଛକାପଞ୍ଝା । ରାଜ୍ୟସଭା ନିର୍ବାଚନ ଲାଗି ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ଯେଉଁଥିରେ ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ। । ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମାର୍ଚ୍ଚ ୧୬ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ଣରେ ଭୋଟ୍ ଗଣତି ।
